ranjan kumar sahu أُعيد تغريده

କଥା ଦେଇ କଥା ରଖିଲେ ଲୋକଙ୍କ ମୁଖ୍ଯମନ୍ତ୍ରୀ।
ଆଜି ରାଜ୍ୟର ଗଣଶିକ୍ଷା କ୍ଷେତ୍ରରେ ଏକ ଐତିହାସିକ ଦିନ। ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କ ନିଷ୍ପତ୍ତି କ୍ରମେ ଆଜି ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସମସ୍ତ ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରାଯାଇଛି। ଏଥିପାଇଁ ମୁଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ ଜ୍ଞାପନ କରୁଛି।
୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି। ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି। ଚାକିରୀରେ ଯୋଗଦାନ ସମୟ ଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ Notional Benefit ପାଇବେ। ୨୦୨୬ ଜାନୁୟାରୀ ପହିଲା ଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ।
OR





























