I & PR Department, Odisha retweetledi

ଜନଗଣନା -୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କ ବାର୍ତ୍ତା:-
ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି ଆଗାମୀ ଅପ୍ରେଲ୍ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ, ଏପ୍ରିଲ୍ ୧୬ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ତାଲିମ ପ୍ରାପ୍ତ ଗଣନାକାରୀ ଓ ସୁପରଭାଇଜରମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ ।ଏହା ପୂର୍ବରୁ ଅପ୍ରେଲ୍ ୧ ତାରିଖରୁ ଅପ୍ରେଲ୍ ୧୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ସ୍ଵ-ଗଣନା କାର୍ଯ୍ୟକ୍ରମ ଜାରି ରହିଛି । ଏଥିରେ ସେଲ୍ଫ ଏନୁମରେସନ୍ ପୋର୍ଟାଲ se.census.gov.in ମାଧ୍ୟମରେ ତଥ୍ୟ ପ୍ରଦାନ ସୁବିଧା ରହିଛି ।
ଏହି ପୋର୍ଟାଲରେ ନିଜର ତଥ୍ୟ ପ୍ରଦାନ କରି ଜନଗଣନାରେ ସାମିଲ ହେବା ସହ ରାଜ୍ୟ ତଥା ଦେଶର ବିକାଶ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ ଓ କାର୍ଯ୍ୟାନ୍ଵୟନରେ ଯୋଗଦାନ ରଖିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।
#census2027
@CMO_Odisha
@DCOOdisha
@rdmodisha
@CensusIndia2027
OR








































