
ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଜନିତ ସମ୍ଭାବ୍ୟ ଲଗାଣ ବର୍ଷା ପରିସ୍ଥିତିର ମୁକାବିଲା ସଂକ୍ରାନ୍ତରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ @sureshkpujari ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଜିଲ୍ଲାଭିତ୍ତିକ ପ୍ରସ୍ତୁତିର ସମୀକ୍ଷା କରିବା ସହ ସମସ୍ତ ଜିଲ୍ଲା ପ୍ରଶାସନକୁ ୨୪ ଘଣ୍ଟିଆ ସତର୍କତା ବଜାୟ ରଖିବା, ତ୍ୱରିତ ଉଦ୍ଧାର ଓ ରିଲିଫ ବ୍ୟବସ୍ଥା ସୁନିଶ୍ଚିତ କରିବା ସହ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହ ସମସ୍ତ ଜରୁରୀକାଳୀନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଯେକୌଣସି ପରିସ୍ଥିତିର ତ୍ୱରିତ ସୁବ୍ୟବସ୍ଥିତ ମୁକାବିଲା କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି। ଜନସାଧାରଣଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ଜୁଲାଇ ୨୯ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପକୂଳକୁ ମାଛ ଧରିବା ପାଇଁ ନ ଯିବାକୁ ପରାମର୍ଶ ଦିଆଯାଇଛି।



OR














